ବଲାଙ୍ଗିର, (କେପିଏନ୍ଏସ୍) : ଆସନ୍ତା ଡିସେମ୍ବର ୧୪ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗଡ଼, ଟିଟିଲାଗଡ, କଣ୍ଟାବାଞ୍ଜି , ଲୋଇସିଂହା, ସଇଁତଳା, ତୁଷୁରା, ମୁରିବାହାଲ ଏବଂ ବଙ୍ଗମୁଣ୍ଡା ଅଦାଲତ ପରିସରରେ ଓ ଜିଲ୍ଲାର ସମସ୍ତ ରାଜସ୍ଵ ବିଭାଗ ତଥା ରାଷ୍ଟ୍ରାୟତ ବ୍ୟାଙ୍କ, ଜିଲ୍ଲା ଶ୍ରମ ବିଭାଗ, ବିଏସଏନଏ, ପୌର ପାଳିକା, ଜଳଯୋଗାଣ, ଉପଭୋକ୍ତା ଫରମମାନଙ୍କର ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁଯାଉଛି । ଏଥିରେ ସମସ୍ତ ପ୍ରକାରର ବିଚାରଧୀନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ ରଣ, ମୋଟର ଦୁର୍ଘଟଣା ଜନିତ କ୍ଷତିପୁରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ, ବୈବାହିକ ବିବାଦ, ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହା ସହ ପ୍ରାକ୍ ମକଦ୍ଦମା ସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ, ବ୍ୟାଙ୍କ ଋଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରଷ୍ଟ୍ରୀୟ ଲୋକ ଆଦାଲତରେ ହୋଇପାରିବ । ଲୋକ ଅଦାଲତରେ ମକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ କରିବାକୁ ପଡେ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ ଏବଂ ଚୂଡାନ୍ତ ଅଟେ । ଦୀର୍ଘଦିନ ଧରି ଚାଲୁଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସଂକ୍ରାନ୍ତରେ ସବିଶେଷ ବବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ଓ ତାଲୁକ ଆଇନ ସେବା କମିଟି ପାଟଣାଗଡ଼, ଟିଟିଲାଗଡ, କଣ୍ଟାବାଞ୍ଜି , ଲୋଇସିଂହା, ସଇଁତଳା ଏବଂ ମୁରିବାହାଲ ଏବଂ ଅନ୍ୟ ଉପରୋକ୍ତ ବିଭାଗମାନଙ୍କ ସହିତ ଯୋଗାଯୋଗ କରିବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ଦିଆଯାଇଛି ।