jayashree

ଠେମରା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗ୍ରାମ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଠେମରା ଗ୍ରାମ ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗଙ୍କ ସଭାପତିତ୍ୱରେ ଜିପିଡିଓ ପୁରୁଷୋତ୍ତମ ମାଝୀ, ଏପିଓ ଲକ୍ଷ୍ମଣ କୁମାର ବୁଡେକ, ସହକାରୀ ଯନ୍ତ୍ରୀ ଦେବ କୁମାର ପଧାନ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଲୋକେ ମୁଖ୍ୟତଃ ଭତ୍ତା, ରାସନକାର୍ଡ, ଘର ସହ ବିଭିନ୍ନ ଯୋଜନା ପାଇଁ ଲୋକେ ଆବେଦନ କରିଥିଲେ । ଶତାଧିକ ଅଭିଯୋଗକାରୀମାନେ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ଦୃଷ୍ଟି ଆକର୍ଷଣ କରିଥିଲେ । ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କରାଯାଇ ଥିବାରୁ ଲୋକେ ନିଜ ନିଜର ସମସ୍ୟାକୁ ଦୃଷ୍ଟି ଆକର୍ଷଣ କରଯାଇଥିଲା । ଠେମରା ପଂଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ଗହୀରଙ୍କ ସହ ପଞ୍ଚାୟତ କର୍ମଚାରୀମାନେ ସହଯୋଗ କରିଥିଲେ । ଏଥିରେ ପଞ୍ଚାୟତର ସମସ୍ତ ଗ୍ରାମର ହିତାଧିକାରୀମାନେ ସାମିଲ ହୋଇ ନିଜ ନିଜର ଅଭିଯୋଗ କରିଛନ୍ତି ।

Leave A Reply

Your email address will not be published.