jayashree

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୯୭ଟି ଅଭିଯୋଗ ଦରଖାସ୍ତ ପଞ୍ଜିକୃତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୨ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଛି । ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ତଥା ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.