jayashree

ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୭୪ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୬୪ଟି ଥିବାବେଳେ ଗ୍ରାମୀୟ ଅଭିଯୋଗ ୧୦ଟି ଥିଲା । ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୪ଟି ଅଭିଯାଗର ଫଇସଲା କରିଥିଲେ । ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଏସ୍‌ଡିପିଓ ସୁଜିତ କୁମାର ନାୟକ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ପୂର୍ତ୍ତ ବିଭାଗ ଏସ୍‌ଡିଓ ଭଞ୍ଜନଗର ପ୍ରତାପ ନାୟକ, ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ୍‌. ଧନଞ୍ଜୟ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମାହାର, ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଭଂଜନଗର, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.