jayashree

ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନବନିଯୁକ୍ତ ମାଧ୍ୟମିକ ଶିକ୍ଷକଶିକ୍ଷୟିତ୍ରୀଙ୍କ ୫ ଦିନିଆ ପ୍ରଶିକ୍ଷଣ ଶିବିର “ସଂକଳ୍ପ” ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “ସଂକଳ୍ପ” ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ସାଧନକର୍ମୀ ଭାବରେ ମୁରିବାହାଲ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁନୀଲ କୁମାର ପାତ୍ର, ତେନ୍ତୁଳୀଖୁଣ୍ଟି ନୋଡାଲ ହାଇସ୍କୁଲ ପ୍ରଧାନଶିକ୍ଷକ ସତ୍ୟ କୁମ୍ଭାର , ସିରୋଲ ହାଇସ୍କୁଲ ସହକାରୀ ଶିକ୍ଷକ ଶ୍ୟାମ ସୁନ୍ଦର ପ୍ରଧାନ, ଲେବଡା ପାଟଣେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ଭକ୍ତରାମ ସାହୁ ଜାତୀୟ ଶିକ୍ଷାନୀତି – ୨୦୨୦, କ୍ୟାରିୟର କାଉନସେଲିଂ, ଡିଜିଟାଲ କୌଶଳ ଓ ପ୍ରଯୋଗ ଆଦି ବିଭିନ୍ନ ପ୍ରସଙ୍ଗରେ ତାଲିମ ପ୍ରଦାନ କରିଥିଲେ । ଏଥିରେ ମୁରିବାହାଲ ବ୍ଲକର ୫୩ ଜଣ ନବନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ନେଇଥିଲେ । ଉଦ୍‌ଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ସିରୋଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ବିଜୟ କୁମାର ରଣା ବିଦ୍ୟାଳୟର ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବା ପାଇଁ ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.