csstore

ମାରଦା ମନ୍ଦିର ଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସାଂସଦ ଅନୀତାଙ୍କ ସ୍ମାରକପତ୍ର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ପୋଲସରା ତହସିଲ ଅନ୍ତର୍ଗତ ମଥୁରା ପଞ୍ଚାୟତ ମାରଦା ମନ୍ଦିର ନିକଟରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଆସିକା ସାଂସଦ ଶ୍ରୀମତୀ ଅନୀତା ପ୍ରିୟଦର୍ଶିନୀ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରି କେନ୍ଦ୍ର ଉଚ୍ଚ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ଗତକାଲି ଭେଟିଛନ୍ତି । ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଶ୍ରୀମତୀ ପଟ୍ଟନାୟକ ମାରଦା ମନ୍ଦିର ଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠାର ଆବଶ୍ୟକତା ରହିଛି ବୋଲି ସ୍ପଷ୍ଟ କରିଛନ୍ତି । ଏନେଇ ଏକ ସ୍ମାରକପତ୍ର କେନ୍ଦ୍ର ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କୁ ପ୍ରଦାନ କରିଥିବା ଜଣାପଡିଛି ।

jayashree
Leave A Reply

Your email address will not be published.