oom

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳବିହାରୀ ବାଜପେୟୀଙ୍କ ଜନ୍ମଦିନ ଓ ସୁଶାସନ ଦିବସ ପାଳିତ

jsmm

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଉତ୍ସବ ସ୍ଥାନୀୟ ନଗର ବିଜେପି ପକ୍ଷରୁ ଗାୟତ୍ରୀ ମନ୍ଦିର ସଭାଗୃହ ଠାରେ କନ୍ଧମାଳ ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ କନ୍ଧମାଳ ସାଂସଦଙ୍କ ବ୍ଳକ ପ୍ରତିନିଧି ରଞ୍ଜିତ ସାହୁ, ନଗର ବିଜେପି ସଭାପତି ଆଦିକନ୍ଦ ପଟ୍ଟନାୟକ, ଜିଲ୍ଲା ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁଦେଇ, ବରିଷ୍ଠ ବିଜେପି ନେତା ପଦ୍ମ ଚରଣ ଦାସ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବାଲିଗୁଡା ନଗରର ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.