ବ୍ଲକ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହ ଠାରେ ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୫୨ଟି ବ୍ୟକ୍ତିଗତ ଏବଂ ସାମୁହିକ ଅଭିଯୋଗ ପତ୍ର ଗ୍ରହଣ ହୋଇଥିଲା । ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ଶିବିରରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ତରଣୀ ସୁନା, ପାଟଣାଗଡ଼ ଉପ ଜିଲ୍ଲାପାଳ ସୁନୀଲ ମେହେର, ସ୍ନିଗ୍ଧାରାଣୀ ତ୍ରିପାଠୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ସଦାନନ୍ଦ ପୁଝାରୀ, ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା, ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠିଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିବା ବେଳେ ଖପ୍ରାଖୋଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ମୁଖ୍ୟ ଚିକିତ୍ସା ଅଧିକାରୀ ସୁରଜ ଦୀପ, ହରିଶଙ୍କର ବନାଞ୍ଚଳ ଅଧିକାରୀ ଅରବିନ୍ଦ ନାଏକ, ସିଡିପିଓ ଅମିତା ପଣ୍ଡା ସହ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପରମେଶ୍ୱର ନାଏକ ଉକ୍ତ ଶିବିର ପରିଚାଳନା କରିଥିଲେ ।

Leave A Reply

Your email address will not be published.