csstore

ଜିଲ୍ଲାସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏଡିଇଓ ଶୁଭଲକ୍ଷ୍ମୀ ନାୟକ, ପ୍ରୋଗ୍ରାମର ସୌମେନ୍ଦ୍ରନାଥ ପଟ୍ଟନାୟକ, ଏଫ୍‌ସି ସାଧୁ ଶରଣ ପ୍ରସାଦ, ବିଏମ୍ ହାଇସ୍କୁଲ ପ୍ରଧାନ ଶିକ୍ଷକ ଷଷ୍ଠୀ ଝାଙ୍କର, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ପାଢ଼ୀ, ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ପ୍ରମୁଖ ମଞ୍ଚାସୀନ ଥିଲେ । ଜିଲ୍ଲାର ୧୩ଟି ବ୍ଲକରୁ ଆସିଥିବା ଛାତ୍ରଛାତ୍ରୀ ମାନେ ପୋଷ୍ଟର ନିର୍ମାଣ, କୁଇଜ୍, ପ୍ରବନ୍ଧ, ଧୀର ସାଇକେଲ ଚାଳନା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ସେହିପରି ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ସିଆର୍‌ସିସି ଡିଲେଶ୍ୱର ରଣା ମଞ୍ଚ ପରିଚାଳନା କରିଥିଲେ ।

jayashree
Leave A Reply

Your email address will not be published.