ଭଞ୍ଜନଗର ଠାରେ ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗରଠାରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଉପ-ଜିଲ୍ଲାପାଳ ଅନିଲ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଚଳିତ ସାଧାରଣତନ୍ତ୍ର ଦିବସ ପାଳନ ନେଇ ସମସ୍ତଙ୍କର ସହଯୋଗ କାମନା କରିବା ସହିତ ସମସ୍ତଙ୍କୁ ଉପ-ଜିଲ୍ଲାପାଳ ଶ୍ରୀ ସେଠୀ ନବବର୍ଷର ଶୁଭେଚ୍ଛା ଜଣାଇଥିଲେ । ଜାନୁଆରୀ ୨୬ ଦିବସ ଦିନ ପ୍ରତ୍ୟୁଷ ୫ ଘଣ୍ଟାରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୂନ୍ ପରିବେଷଣ କରାଯିବ । ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ଘ. ୭ଘଣ୍ଟା ୧୫.ମିରେ ପତାକା ଉତ୍ତୋଳନ କରିବେ । ସକାଳ ଘ ୮ଘଣ୍ଟା ୩୦.ମି ସମୟରେ ସ୍ଥାନୀୟ ଜେଲ ପଡ଼ିଆ (ଷ୍ଟାଡିୟମରେ) ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ବିଗତ ବର୍ଷ ମାନଙ୍କ ପରି ଚଳିତବର୍ଷ ପ୍ୟାରେଡରେ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବେ । ଏହା ସହ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ । ପ୍ୟାରେଡ୍ ଅଭ୍ୟାସ ଆସନ୍ତା ୨୩ ତାରିଖରୁ ୨୪, ତାରିଖ ମଧ୍ୟରେ ସ୍ଥାନୀୟ ଜେଲ ଗ୍ରାଉଣ୍ଡ ଷ୍ଟାଡିୟମରେ ଅଭ୍ୟାସ କରିବା ନିମନ୍ତେ ସ୍ଥିର କରାଯାଇଛି । ଏଥି ସହ ଓଡ଼ିଆ ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା ଉପଖଣ୍ଡ ସ୍ତରୀୟ କ୍ରମେ ଅନୁଷ୍ଠିତ ହେବ । ଚଳିତ ବର୍ଷ ଉପଖଣ୍ଡର ପ୍ରତି ବ୍ଲକରୁ ଗୋଟିଏ ଲେଖାଏଁ ପ୍ୟାରେଡ୍ ଗ୍ର୍ରୁପ୍ ଅଂଶଗ୍ରହଣ କରିବେ ବୋଲି ସ୍ଥିର କରାଯାଇଛି । ଏହି ପ୍ରସ୍ତୁତି ବୈଠକରେ ଭଞ୍ଜନଗର ତହସିଲଦାର ଉମାଶଙ୍କର ବେହେରା, ଭଞ୍ଜନଗର, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ସମେତ ସମସ୍ତ ବିଭାଗର ସରକାରୀ ଅଧିକାରୀ, ଏନ୍.ସି.ସି ଅଫିସର କେ.ଏସ୍‌.ୟୁ ବି କଲେଜ, ମଧୁସୂଦନ ଟ୍ରଷ୍ଟର ସୁନୀଲ କୁମାର ପଟ୍ଟନାୟକ, ବଣିକ ସଂଘର ସମ୍ପାଦକ ସୁଶାନ୍ତ କୁମାର ମହାପାତ୍ର ଓ ଖୁଚୁରା ବ୍ୟବସାୟୀ ସଂଘର ସଭାପତି ଗୌରୀ ଶଙ୍କର ପାତ୍ର ଓ ସମ୍ପାଦକ, ବିଭିନ୍ନ ଅନୁଷ୍ଠାନର ସଦସ୍ୟ, ସମାଜସେବୀ ମୁରଲୀଧର ପଣ୍ଡା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ସମସ୍ତ ସାମ୍ବାଦିକ, ଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ପ୍ରସ୍ତୁତି ବୈଠକରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ, ସୂଚନା ଲୋକ ସମ୍ପର୍କ ବିଭାଗର ପ୍ରଦୀପ କୁମାର ପାତ୍ର ଓ ତାରିଣୀ ସାହୁ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ । ଶେଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଶତପଥୀ ସମସ୍ତଙ୍କ ସହଯୋଗ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.