ଭୁବନେଶ୍ୱର : ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା ୨୦୨୫ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଛି । ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ ଯାତ୍ରା କରିବ । ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ଏହି ଓଡ଼ିଶାର ବିଭିନ୍ନ ପ୍ରମୁଖ ସହରରୁ ପବିତ୍ର ସହର ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ । ନିମ୍ନଲିଖିତ ଭାବେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ :
୧. ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା କଟକ, ଯଖପୁରା (ଯାଜପୁର), କେନ୍ଦୁଝରଗଡ, ନୟାଗଡ଼ (ଯୋଡ଼ା ଅଞ୍ଚକ)-ବୋକାରୋ-ଗୟା-ପ୍ରୟାଗରାଜ । ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୧, ୮, ୨୨ ତାରିଖ ଓ ଫେବୃୟାରୀ ମାସ ୫, ୧୯, ୨୬ ତାରିଖ ଦିନ ବୁଧବାର ଦିନମାନଙ୍କରେ ଭୁବନେଶ୍ୱର ଠାରୁ ଅପରାହ୍ନ ୧୨ଘ.୩୦ମି.ରେ ଛାଡି କେନ୍ଦୁଝରଗଡ-ବୋକାରୋ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।
୨. ପୁରୀ-ତୁଣ୍ଡଲା-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଭାୟା ଖୋର୍ଦ୍ଧା ରୋଡ଼ -ଭୁବନେଶ୍ୱର-କଟକ -ଯାଜପୁର କେନ୍ଦୁଝର ରୋଡ଼-ଭଦ୍ରକ-ବାଲେଶ୍ୱର -ଗୟା-ପ୍ରୟାଗରାଜ । ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୬ ଓ ୨୦ ତାରିଖ ଓ ଫେବୃୟାରୀ ମାସ ୧୭ ତାରିଖ ଦିନ ସୋମବାର ଦିନମାନଙ୍କରେ ପୁରୀ ଠାରୁ ଅପରାହ୍ନ ୧୨ଘ.୩୦ମି.ରେ ଛାଡି ଭୁବନେଶ୍ୱର-ଭଦ୍ରକ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।
୩. ଟିଟିଲାଗଡ-ତୁଣ୍ଡଲା-ଟିଟିଲାଗଡ଼ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବଲାଙ୍ଗିର – ବରଗଡ଼ – ସମ୍ବଲପୁର-ଝାରସୁଗୁଡା-ରାଉରକେଲା(ସୁନ୍ଦରଗଡ଼ ଜିଲ୍ଲା)-ଡ଼ିଡ଼ିୟୁ-ପ୍ରୟାଗରାଜ । ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୯, ୧୬, ୨୩ ତାରିଖ ଓ ଫେବୃୟାରୀ ମାସ ୬, ୨୦, ୨୭ ତାରିଖ ଦିନ ଗୁରୁବାର ଦିନମାନଙ୍କରେ ଟିଟିଲାଗଡ଼ ଠାରୁ ଅପରାହ୍ନ ୧୨ଘ.୩୦ମି.ରେ ଛାଡି ବଲାଙ୍ଗିର, ବରଗଡ଼ ରୋଡ, ସମ୍ବଲପୁର-ଝାରସୁଗୁଡା-ରାଉରକେଲା, ଡ଼ିଡ଼ିୟୁ-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।
୪. ବିଶାଖାପାଟନମ୍-ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ (ଡ଼ିଡ଼ିୟୁ)-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ । ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୯, ୧୬, ୨୩ ତାରିଖ ଓ ଫେବୃୟାରୀ ମାସ ୬, ୨୦, ୨୭ ତାରିଖ ଦିନ ଗୁରୁବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ଅପରାହ୍ନ ୦୫ଘ.୩୫ମି.ରେ ଛାଡି ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ । ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ଯାହାକି ଦକ୍ଷିଣ ଓଡିଶା ଅଞ୍ଚଳକୁ ସୁବିଧା ପ୍ରଦାନ କରିବ ।
୫. ବିଶାଖାପାଟନମ୍-ଗୋରଖପୁର-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବ୍ରହ୍ମପୁର/ଗଞ୍ଜାମ ଜିଲ୍ଲା, ଖୋର୍ଦ୍ଧା ରୋଡ଼,-ଭୁବନେଶ୍ୱର-ନରାଜ ମାର୍ଥାପୁର (କଟକ ଅଞ୍ଚଳ)-ଢେଙ୍କାନାଳ -ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା । ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୫ ଓ ୧୯ ତାରିଖ ଏବଂ ଫେବୃୟାରୀ ମାସ ୧୬ ତାରିଖ ଦିନ ରବିବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ରାତ୍ରି ୧୦ଘ.୨୦ମି.ରେ ଛାଡି ଭୁବନେଶ୍ୱର-ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ । ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ।
୬. ତିରୁପତି – ବନାରସ -ତିରୁପତି ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା ।
୭. ନରସପୁର – ବନାରସ -ନରସପୁର ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା । ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ବିଶ୍ୱର ସର୍ବବୃହତ ଧାର୍ମିକ ସମାବେଶ ମହାକୁମ୍ଭ ମେଳାକୁ ଯାତ୍ରା କରୁଥିବା ହଜାର ହଜାର ଭକ୍ତଙ୍କୁ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ବିଶେଷ ଭାବେ ଚଳାଚଳ କରୁଛି । ରେଳ ଦ୍ୱାରା ଯଥେଷ୍ଟ ଗମନାଗମନ ସଂଯୋଗ ଏବଂ ସୁବିଧାଜନକ କାର୍ଯ୍ୟସୂଚୀ ସହିତ ସମସ୍ତ ଯାତ୍ରୀଙ୍କ ପାଇଁ ଏକ ନିରାପଦ, ସୁଗମ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ପ୍ରତିବଦ୍ଧ ଅଟେ ।
ଟ୍ରେନ୍ କାର୍ଯ୍ୟସୂଚୀ, ବୁକିଂ ଏବଂ ଅନ୍ୟାନ୍ୟ ଭ୍ରମଣ ସମ୍ବନ୍ଧୀୟ ସୂଚନା ଗୁଡିକ ସମ୍ବନ୍ଧରେ ଅଧିକ ବିବରଣୀ ପାଇଁ ଯାତ୍ରୀମାନଙ୍କୁ ରେଳବାଇ ୱେବସାଇଟ୍ ପରିଦର୍ଶନ କରିବାକୁ କିମ୍ବା ଷ୍ଟେସନମାନଙ୍କ ଠାରେ ଉପଲବ୍ଧ ଇନକ୍ୱାରୀ କାଉଣ୍ଟର ସହିତ ଯୋଗାଯୋଗ କରିବାକୁ କୁହାଯାଇଛି । ଓଡିଶାରୁ ଓ ଓଡିଶା ମଧ୍ୟଦେଇ ଚଳାଚଳ କରୁଥିବା କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଗୁଡିକ ଓଡ଼ିଶାର ସମସ୍ତ ରେଳମାର୍ଗ ସହିତ ଯୋଡ଼ାଯାଇଛି ଯେପରିକି ସମସ୍ତ ଜିଲ୍ଲାମାନଙ୍କରୁ ପ୍ରୟାଗ କୁମ୍ଭମେଳା ଯିବାପାଇଁ ଯାତ୍ରା ସୁବିଧା ଯୋଗାଇ ପାରିବ ।