ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସୋମବାର ସନ୍ଧ୍ୟାରେ ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖେତ୍ରିଙ୍କ ସଭାପତିତ୍ୱରେ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆଗାମୀ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଟିଟିଲାଗଡ଼ ଉପଜିଲ୍ଲାପାଳ ଓ ଟିଟିଲାଗଡ଼ ପୌର ପରିଷଦର ନିର୍ବାହୀ ଅଧିକାରୀ ସନ୍ଦୀପ ଚନ୍ଦ୍ରକାର ଉପସ୍ଥିତ ଥିଲେ । ସୂଚନା ଓ ଲୋକସମ୍ପର୍କ ବିଭାଗର ଅଧିକାରୀ ରାଜେନ୍ଦ୍ର ମାଝି ମଞ୍ଚ ତଥା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ପ୍ରସ୍ତୁତି ବୈଠକରେ ସମସ୍ତ ବିଭାଗର ଅଧିକାରୀ ମାନଙ୍କୁ ବିଭିନ୍ନ ଦାୟିତ୍ଵ ପ୍ରଦାନ କରାଯାଇଥିଲା । ବୈଠକରେ ଉପସ୍ଥିତ ଥିବା ସଦସ୍ୟଙ୍କ ଗହଣରେ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ କିପରି ସୁଚାରୁ ରୂପେ ଏହି ଉତ୍ସବକୁ ପାଳନ କରାଯିବ ସେନେଇ ବିସ୍ତୃତ ଆଲୋଚନା କରିବା ସହ ମତାମତ ନିଆ ଯାଇଥିଲା ।