ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଇନ୍ଧନ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଉର୍ଜାକୁ ଆତ୍ମନିର୍ଭର କରିବା ଓ ସ୍ୱଚ୍ଛ ଭାରତ ମିଶନ ଦିଗରେ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବର୍ଜ୍ୟବସ୍ତରୁ ଉର୍ଜା ଉତ୍ପାଦନ କରିବା ପାଇଁ ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସିଏଲ) ଏବଂ ଉତ୍ତର ଦିଲ୍ଲୀ ମହାନଗର ନିଗମ(ଏନଡିଏମସି) ମଧ୍ୟରେ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ପ୍ରଧାନ ଇଣ୍ଡିଆନ ଅଏଲ ଏବଂ ଏନଡିଏମସିକୁ ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ, ଏହି ପଦକ୍ଷେପ ଅନ୍ତର୍ଗତ ଉତ୍ତର ଦିଲ୍ଲୀ ମହାନଗର ନିଗମର ରାଣିଖେରାରେ ଏକ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ । ଏହି ପ୍ଲାଂଟରେ ଉତ୍ତର ଦିଲ୍ଲୀର ସମସ୍ତ ବର୍ଜ୍ୟବସ୍ତୁ ବା କଠିନ ଅଳିଆ ଆବର୍ଜନାକୁ ଏକାଠି କରାଯାଇ ଏଥିରୁ ଇଣ୍ଡିଆନ ଅଏଲ ସହଯୋଗରେ ଉର୍ଜା ଉତ୍ପାଦନ କରାଯିବ । ଜୈବିକ ବର୍ଜ୍ୟରୁ ସିବିଜି ଉତ୍ପାଦନ କରାଯିବ । ଏହି ପ୍ଲାଂଟରେ ଦୈନିକ ୨୫୦୦ ମିଲିୟନ ଟନର ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ କରାଯାଇ ଉର୍ଜା ଉତ୍ପାଦନ ହେବ । ଏହି ଏମଓୟୁ କାର୍ୟ୍ୟକ୍ରମରେ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବାଇଜଲ, ଏନଡିଏମସିର ମେୟର ଜୟ ପ୍ରକାଶ, ଏନଡିଏମସିର କମିଶନର ଜ୍ଞାନେଶ ଭାରତୀ, ଇଣ୍ଡିଆନ ଅଏଲର ଅଧ୍ୟକ୍ଷ ଏସ.ଏମ ବୈଦ୍ୟ ଏବଂ ଇଣ୍ଡିଆନ ଅଏଲ ଓ ଏନଡିଏମସିର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.