oom

ବଲାଙ୍ଗିରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ପ୍ରତ୍ୟୁଷରୁ ରାମଧୂନ, ସକାଳେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରଭାତ ଫେରି, ବିଭିନ୍ନ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ।

ଗାନ୍ଧୀନଗରପଡା ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି, କଚେରୀ ଛକ ସ୍ଥିତ ଡ଼. ବି.ଆର. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି, ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳଙ୍କ ସମେତ ବରିଷ୍ଠ ଅଧିକାରୀ ଓ ସହରର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପୂର୍ବାହ୍ନ ଘ. ୮.୩୦ ମି. ସମୟରେ ସ୍ଥାନୀୟ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହର ଆନୁଷ୍ଠାନିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଗୌବର ଶିବାଜୀ ଇସଲୱାର ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ନିରୀକ୍ଷଣ କରିଥିଲେ ଓ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହର ଆନୁଷ୍ଠାନିକ ପ୍ୟାରେଡରେ ଏପିଆର୍‌, ହୋମଗାର୍ଡ, ପୋଲିସ ବ୍ୟାଣ୍ଡ, ଏନ୍‌ସିସି, ସ୍କାଉଟ, ଗାଇଡ, ରେଡକ୍ରସ୍‌ ଓ ସିଭିଲିଆନ ଦଳଙ୍କୁ ମିଶାଇ ମୋଟ ୪୫ ଗୋଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଥିବା ବେଳେ ଏହି ଅବସରରେ ପ୍ୟାରେଡ ପ୍ରତିଯୋଗିତାରେ ଉଚ୍ଚକୋଟିର ପ୍ୟାରେଡ ପ୍ରଦର୍ଶନ କରି ବିଭିନ୍ନ ବର୍ଗରେ କୃତିତ୍ଵ ହାସଲ କରିଥିବା କଣ୍ଟିଜେଣ୍ଟ ଗୁଡିକୁ ମୁଖ୍ୟ ଅତିଥି ସିଲ୍ଡ ପ୍ରଦାନ କରିଥିଲେ । ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ସ୍ତରରେ ଅନୁଷ୍ଠିତ ସ୍ଵାଧୀନତା ସଂଗ୍ରାମୀ ବେଶ, ଚିତ୍ରାଙ୍କନ, ଓଡିଆ, ଇଂରାଜୀ ପ୍ରବନ୍ଧ ଲିଖନ, ବକ୍ତୃତା, ହିନ୍ଦୀ ବକ୍ତୃତା, ଦେଶାତ୍ମବୋଧକ ସଂଗୀତର କୃତି ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ଓ ପ୍ରଶଂସା ପତ୍ର ପ୍ରଦାନ କରିଥିବା ବେଳେ ଜିଲ୍ଲାର ଗର୍ବ ଓ ଗୌରବ ଜୟନ୍ତୀ ସୁନା ଓ ପାୟଲ ନାଗଙ୍କୁ ମଧ୍ୟ ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ଇସଲୱାର ସମ୍ମାନିତ କରିଥିଲେ । ଜିଲ୍ଲାସ୍ତରୀୟ ପ୍ୟାରେଡ ଉତ୍ସବରେ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀ ଅଭିବାଦନ ମଞ୍ଚରେ ଉପସ୍ଥିତ ଥିବାବେଳେ ଉତ୍ସବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ, ମାନ୍ୟଗଣ୍ୟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧି ଓ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ । ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହର ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ସରୋଜ କୁମାର ସାହୁ ପରିଚାଳନା କରିଥିଲେ ।

jittmm
Leave A Reply

Your email address will not be published.