oom

ବଲାଙ୍ଗିର ପବ୍ଲିକ୍ ସ୍କୁଲରେ ୭୬ତମ ଗଣତନ୍ତ୍ର ଦିବସ ପାଳନ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ପରିସରରେ ୭୬ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ସତିଶ୍ ପ୍ରଧାନ ଛାତ୍ରଛାତ୍ରୀମାନଙ୍କୁ ଦେଶପ୍ରେମୀ ହେବା ପାଇଁ ଉଦ୍‌ବୋଧନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଗୋପାଳ ସଂଦେଓ, କୋଷାଧ୍ୟକ୍ଷ ଆଲୋକ ବେଦବାକ୍, ସଭ୍ୟ ବାଦଲ୍ ମହାକୁର୍, ଶିରିଶ ଚନ୍ଦ୍ର ହୋତା ସଞ୍ଜିବ ସାହୁ ଯୋଗଦେଇଥିଲେ । ପରେ ଛାତ୍ରଛାତ୍ରୀମାନେ ଚିତାକର୍ଷକ ପେରେଡ୍‌ କରିଥିଲେ । ଛାତ୍ରଛାତ୍ରୀଙ୍କ ଦେଶାତ୍ମବୋଧକ ସଙ୍ଗୀତ ଓ ନୃତ୍ୟକୁ ଦର୍ଶକ ଖୁବ୍‌ ପ୍ରଶଂସା କରିଥିଲେ । ବରିଷ୍ଠ ଶିକ୍ଷକ ହରେକୃଷ୍ଣ ନାୟକ ସଭା ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ଉପାଧ୍ୟକ୍ଷ ଦୀପକ ବରାଲ ଓ ଉପାଧ୍ୟକ୍ଷା ମମିତା ବେହେରା ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସମସ୍ତ କର୍ମଚାରୀଙ୍କ ସହିତ ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.