- ଜଳ ଜୀବନ ମିଶନ୍ ଅବଧି ୨୦୨୮ ପର୍ଯ୍ୟନ୍ତ ସମ୍ପ୍ରସାରିତ
- ଆସନ୍ତା ତିନିବର୍ଷ ମଧ୍ୟରେ ମିଶନ ୧୦୦% ଲକ୍ଷ୍ୟ ହାସଲ କରିବ
ନୂଆଦିଲ୍ଲୀ, (ପିଆଇବି) : ସଂସଦରେ କେନ୍ଦ୍ର ବଜେଟ୍ ୨୦୨୫ – ୨୬ ଉପସ୍ଥାପନ କରୁଥିବା ବେଳେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ଜଳ ଜୀବନ ମିଶନ ପାଇଁ ମୋଟ ବଜେଟ ବ୍ୟୟବରାଦ ୬୭,୦୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ସେ କହିଛନ୍ତି ଯେ ମିଶନ ଅବଧିକୁ ୨୦୨୮ ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଛି । ଶ୍ରୀମତୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ୨୦୧୯ ମସିହାରୁ ଭାରତର ଗ୍ରାମାଞ୍ଚଳର ୮୦ ପ୍ରତିଶତ ପ୍ରତିନିଧିତ୍ୱ କରୁଥିବା ୧୫ କୋଟି ପରିବାର ଜଳ ଜୀବନ ମିଶନ ଦ୍ୱାରା ଉପକୃତ ହୋଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ମିଶନ ଅଧିନରେ ଟ୍ୟାପ୍ ଜଳ ସଂଯୋଗ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ତିନି ବର୍ଷ ମଧ୍ୟରେ ଶତ ପ୍ରତିଶତ ଲକ୍ଷ୍ୟ ହାସଲ କରାଯାଇପାରିବ । ଜଳ ଜୀବନ ମିଶନର ଫୋକସ “ଜନ ଭାଗିଦାରୀ” ମାଧ୍ୟମରେ ଗ୍ରାମୀଣ ପାଇପ୍ ଜଳ ଯୋଗାଣ ଯୋଜନାର ଗୁଣାତ୍ମକ ଭିତ୍ତିଭୂମି ଏବଂ ଓ ଆାଣ୍ଡ୍ ଏମ୍ ଉପରେ ରହିଛି । ସ୍ଥାୟୀ ଏବଂ ନାଗରିକ – କୈନ୍ଦ୍ରିକ ଜଳ ସେବା ବିତରଣକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ /କେନ୍ଦ୍ରଶାସିତ ଅଞ୍ଚଳ ସହିତ ପୃଥକ ବୁଝାମଣା ସ୍ୱାକ୍ଷରିତ ହେବ ବୋଲି ଶ୍ରୀମତୀ ସୀତାରମଣ ସୂଚନା ଦେଇଛନ୍ତି ।