oom

ରୋତ କଲେଜରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

jsmm

ଆଗଲପୁର, (ବିମଳେନ୍ଦୁ ସାହୁ) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ ବାଣୀନିକେତନ ରୋତରେ ଯୁକ୍ତଦୁଇ ଶ୍ରେଣୀର ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଦୀର୍ଘ ସାତଦିନ ଧରି ଆୟୋଜିତ ହୋଇଥିବା ଆତ୍ମ ସୁରକ୍ଷା ତାଲିମ ଶିବିର ଆଜି ଉଦ୍‌ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ଅନ୍ତର୍ଯ୍ୟାମୀ ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବଲାଙ୍ଗିର ଜିଲ୍ଲାର ସଂଯୋଜକ ଡକ୍ଟର ଧନଞ୍ଜୟ ସେଠ ମୁଖ୍ୟ ଅତିଥି, ଯୁବ ରେଡକ୍ରସର ଜିଲ୍ଲା ସଂଯୋଜକ ଡକ୍ଟର ଦୈତାରୀ ପୁଜାରି ମୁଖ୍ୟବକ୍ତା, ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ଶାନ୍ତନୁ ପାଢୀ ଓ ମାଷ୍ଟର ଟ୍ରେନର ମାଧବୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମତବ୍ୟକ୍ତ କରିଥିଲେ । ସାତଦିନ ଧରି ଆୟୋଜିତ ଏହି ତାଲିମ ଶିବିରରେ ଅଂଶଗ୍ରହଣ କରିଥିବା ପ୍ରତ୍ୟେକ ଛାତ୍ରୀଙ୍କୁ ପ୍ରମାଣପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସଭାକୁ କାର୍ଯ୍ୟକ୍ରମ ଅଧିକାରିଣୀ ଡକ୍ଟର ରଶ୍ମୀଲତା ମହାନନ୍ଦ ସଂଯୋଜନା କରିଥିବା ବେଳେ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.