ପଦ୍ମପୁର, (ନିରୋଜ କୁମାର ପାଣୀ) : ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଲଉଡ଼ିଦର୍ହା ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅଞ୍ଜଳି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସିଆର୍ସି ବିରଞ୍ଚି ନାଏକ ସଭାପତିତ୍ୱ କରିଥିଲେ । ଉତ୍ସବରେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ । ମୁଖ୍ୟବକ୍ତା ଭାବେ ଝାରବନ୍ଧ ଡିଗ୍ରୀ କଲେଜ ଅଧ୍ୟକ୍ଷ ଶ୍ୟାମସୁନ୍ଦର ବେହେରା ଯୋଗଦେଇ ମଣିଷକୁ ଶକ୍ତିଶାଳୀ କରିବାକୁ ହେଲେ ଶିକ୍ଷା ହିଁ ତା ପାଇଁ ଏକ ମାତ୍ର ମାଧ୍ୟମ ବୋଲି ଛାତ୍ରଛାତ୍ରୀଙ୍କୁ ଉପଦେଶ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥିଭାବେ ଅବସର ପ୍ରାପ୍ତ କଲେଜ ଅଧ୍ୟକ୍ଷ ସାନନ୍ଦ ସାହୁ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୁବନେଶ୍ୱର ପ୍ରଧାନ ଆଶ୍ରମ ସ୍କୁଲ ସଭାପତି ଶୁକୃ ବାଗ ପ୍ରମୁଖ ଯୋଗଦେଇଥିଲେ । ଶିକ୍ଷକ ତନ୍ମୟ ପାଣ୍ଡେ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶିକ୍ଷୟିତ୍ରୀ ଅନିତା ଦାଶ ମଞ୍ଚ ପରିଚାଳନା କରିଥିବା ବେଳେ, ଶିକ୍ଷକ କାଶୀନାଥ ଧଳ ସହଯୋଗ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅଞ୍ଜଳି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯିବ ସହ ବିଦ୍ୟାର୍ଥୀଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Prev Post
Next Post