ଆନ୍ତର୍ଜାତୀୟ ଆର୍ଦ୍ରଭୂମି ସଂରକ୍ଷଣ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡଃ. ରବିଚନ୍ଦ୍ର ପାଶୟତଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ଆର୍ଦ୍ରଭୂମି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ସମ୍ମାନିତ ଅତିଥିଭାବରେ ଗାୟତ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମ୍ବଲପୁରର ଜୀବ ବିଜ୍ଞାନ ଅଧ୍ୟାପିକା ସୁଶ୍ରୀ ମାମିନା ଭୋଇ ମଞ୍ଚାସୀନ ହୋଇ ଆଦ୍ରଭୂମିର ଆବଶ୍ୟକତା, ବ୍ୟବହାର, ଉପଯୋଗିତା ତଥା ସଂରକ୍ଷଣ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରଥମେ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସମସ୍ତଙ୍କୁ ଆର୍ଦ୍ରଭୂମି ମିତ୍ର ଶପଥ ପାଠ କରାଇଥିଲେ । ସଭାର ପ୍ରାରମ୍ଭରେ ଜନନିକ। ଓ ସାଥୀ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିବେଳେ ବିଜ୍ଞାନ ଶିକ୍ଷକ ତଥା ଇକୋ କ୍ଲବ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନାକରି ଏହି ବର୍ଷର ବିଷୟ “ଆମ ସାଧାରଣ ଜନତାଙ୍କ ପାଇଁ ଆଦ୍ରଭୂମୀର ସଂରକ୍ଷଣ” ବିଷୟରେ ଆଲୋକପାତ କରିଥିଲେ । ଶେଷରେ ଶିକ୍ଷକ କିରଣ କୁମାର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ, ଲିପି ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ ଓ ସମୀର କଠାର ସହଯୋଗ କରିଥିଲେ ।

Leave A Reply

Your email address will not be published.