csstore

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ରଘୁନାଥପୁର ଗ୍ରାମ ସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରର ଦ୍ୱାଦାଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟକ ଭାବେ ଶଙ୍କରାନନ୍ଦ ମହାରାଜ ଯୋଗଦେଇ ବିଦ୍ୟାଳୟ ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଥିଲେ । ମୁଖ୍ୟ ଅତିଥି ଭାବେ ଇସ୍ପାତ, ଖଣି ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ହୁମ୍ମା ସଲ୍ଟ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ନିରଞ୍ଜନ ରଥ, ରମ୍ଭା ପୂର୍ବତନ ନଗରପାଳ ସୁବାଷ ଚନ୍ଦ୍ର ପଣ୍ଡା, ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ବିଶ୍ୱାଳ, ସ୍ଥାନୀୟ ସରପଞ୍ଚ ସନ୍ତୋଷିନୀ ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ପ୍ରମୁଖ ଯୋଗଦେଇ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଉଜ୍ଜଳ ଭବିଷତ କାମନା କରିଥିଲେ । ଅତିଥିମାନଙ୍କ ଦ୍ୱାରା ସ୍ମରଣିକା ନରେନ ଉନ୍ମୋଚିତ ଚିତ କରାଯାଇଥିଲା । ଅନୁଷ୍ଠାନର ମୁଖ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସ୍ୱସ୍ତିକ ସୁନ୍ଦର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

jayashree
Leave A Reply

Your email address will not be published.