oom

ପ୍ରଥମ ଥର ପାଇଁ ଆବାସ ଯୋଜନାର ସର୍ଭେ କଲେ ଜିଲ୍ଲାପାଳ

jsmm

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକରେ ସିଧାସଳଖ ଲୋକଙ୍କ ପାଖକୁ ପହଞ୍ଚିବା ସହ ଯୋଡି ହୋଇ ଶାସନର ଏକ ବିରଳ ତଥା ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି ଜିଲ୍ଲାପାଳ ପାରୁଲ ପାଟୱାରୀ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଯାଞ୍ଚ ପ୍ରକ୍ରିୟାକୁ ବ୍ୟକ୍ତିଗତ ଭାବରେ ତଦାରଖ କରିବା ପାଇଁ ଜିଲ୍ଲାପାଳ ବିଷମକଟକ ପରିଦର୍ଶନ କରିଥିଲେ । ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇବା ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିଭଙ୍ଗୀ ଏବଂ ଜିଲ୍ଲାର ପ୍ରତ୍ୟକ କୋଣ ଅନୁକୋଣର ଲୋକଙ୍କୁ ଏଥିରେ ସାମିଲ କରିବା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ ନିରନ୍ତର କାର୍ଯ୍ୟ କରିବ ବୋଲି ଗଣମାଧ୍ୟମକୁ ସମ୍ବୋଧିତ କରିବା ଅବସରରେ ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ବିଷମକଟକ ସଦର ମହକୁମାର ଏକ ପରିତ୍ୟକ୍ତ ବସ୍ତିରୁ ଜିଲ୍ଲାପାଳ ହିତାଧିକାରୀଙ୍କ ସର୍ଭେ ପ୍ରକ୍ରିୟାର କାର୍ଯ୍ୟକ୍ରମରେ ପ୍ରତ୍ୟକ୍ଷ ଭାବେ ଯୋଡି ହୋଇଥିବା ବେଳେ ବସ୍ତିବାସିନ୍ଦାଙ୍କ ସହ ସିଧା ସଳଖ କଥାବାର୍ତ୍ତା, ତାଙ୍କ ସୁବିଧା ଅସୁବିଧା ନେଇ ସେ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିବା ଦେଖିବାକୁ ମିଳିଛି । ଏଥିପୂର୍ବରୁ ଏଭଳି ବସ୍ତିକୁ ପ୍ରବେଶ କରିବାକୁ ମଧ୍ୟ କେହି ଚିନ୍ତା କରିନଥିବା ବେଳେ ଜିଲ୍ଲାପାଳ ପାରୁଲ ପାଟୱାରୀଙ୍କ ଏହି ପରିଦର୍ଶନକୁ ବହୁମାତ୍ରାରେ ପ୍ରଶଂସା କରାଯାଉଥିବା ଦେଖିବାକୁ ମିଳିଛି ।

jittmm
Leave A Reply

Your email address will not be published.