oom

ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଗ୍ରାମାଞ୍ଚଳର ଭିତ୍ତିଭୂମି ତଥା ରାଜ୍ୟର ସାମଗ୍ରୀକ ବିକାଶର ଗତିକୁ ତ୍ୱରାନ୍ୱିତ କରିବା ପାଇ ରାଜ୍ୟ ସରକାରଙ୍କ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପରିପ୍ରେକ୍ଷୀରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା ବିଡ଼ିଓ ସଂକର୍ଷଣ ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଉପସ୍ଥିତ ରହି ଏହି ଯୋଜନା ବିଷୟରେ ଉପସ୍ଥିତ ଜନସାଧାରଣକୁ ଜଣାଇଥିଲେ । ଶିକ୍ଷା, କ୍ରୀଡା, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ବିକାଶ ଓ ଭିତ୍ତିଭୂମିର ସମ୍ପ୍ରସାରଣ ଉନ୍ନତିକରଣ ଏହି ଯୋଜନାର ଉଦେ୍ଧଶ୍ୟ ବୋଲି ମୁଖ୍ୟମନ୍ତ୍ରୀ ଜଣାଇଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକ, ଜିପିଡ଼ିଓ ପୁରୁଷୋତ୍ତମ ମାଝୀ, ଏପିଓ ଲକ୍ଷ୍ମଣ କୁମାର ବୁଡେକଙ୍କ ସହ ବ୍ଲକର କର୍ମଚାରୀମାନେ ସହଯୋଗ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଦେବା ସମୟରେ ଚୌକି ଖାଲି ପଡିଥିବା ଦେଖିବାକୁ ମିଳିଛି । ଏମ୍ବିକେ, ସିଆରପି, ଅଙ୍ଗନବାଡ଼ି କର୍ମୀମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.