ମୁନିଗୁଡ଼ା, (ରମାକାନ୍ତ ପଡ଼ାଲ) : ଜାତୀୟ ଫାଇଲେରିଆ ବା ବାତଜ୍ଵର ନିରାକରଣ ପାଇଁ ଔଷଧ ସେବନ ନିମନ୍ତେ ଏକ ସଚେତନତା ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲା ଅମ୍ବାଦଳା ସାମନ୍ତ ମହାବିଦ୍ୟାଳୟର +୨ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଚଳିତ ମାସ ୧୦ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ ମେଡିକାଲ ପକ୍ଷରୁ ଫାଲେରିଆ ନିରାକରଣ ନିମନ୍ତେ ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ରହିଥିବା ବେଳେ ସାମନ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ କବିରାଜ ପ୍ରଧାନଙ୍କ ଅଧ୍ୟକ୍ଷତାରେ +୨ ଛାତ୍ରଛାତ୍ରୀ ମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ଅମ୍ବାଦଳା ସହର ପରିକ୍ରମା କରିବା ସହ ସଚେତନତା ବାର୍ତ୍ତା ଦେଇଥିଲେ । କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ମାନଙ୍କ ସହ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ ।