ଗେର୍ଡି ସରକାରୀ ଉନ୍ନୀତ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଆଭ୍ୟନ୍ତରୀଣ ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ ନିକଟସ୍ଥ ଗେର୍ଡି ଗ୍ରାମ ସରକାରୀ ଉନ୍ନୀତ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ଯୋଶୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ସଦାଶିବ କନ୍ହେର ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ପରିଚାଳନା ସମିତି ଅଧ୍ୟକ୍ଷ ଅଜରାଜ ଗଡତ୍ୟା, ମାଗୁରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଳନ୍ଧର ପୁଟେଲ, ଅବସର ପ୍ରାପ୍ତ ଖେଳ ଶିକ୍ଷକ ଅଚ୍ୟୁତ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ । ସହକାରୀ ଶିକ୍ଷକ ବିଶ୍ୱଜିତ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ବରିଷ୍ଠ ଶିକ୍ଷକ ସୁଶାନ୍ତ ମଲ୍ଲିକ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ସହକାରୀ ଶିକ୍ଷକ ଭାଗିରଥି ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.