oom

ମଦନପୁର ଓଡ଼ିଶା ଷ୍ଟେଟ୍ ବ୍ରିଗେଡ ସ୍କୁଲର ୨୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

jsmm

ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ଠାରେ ଥିବା ଓଡ଼ିଶା ଷ୍ଟେଟ୍ ବ୍ରିଗେଡ ସ୍କୁଲର ୨୧ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଦିବା ୧୦ଟା ସମୟରେ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ପରିଚାଳନା କମିଟିର ସଭାପତି ଆଇନଜୀବୀ ବିଶ୍ୱମ୍ବର ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଭୂପିନ୍ଦର ସିଂ, ବରେଣ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ମୁଖ୍ୟ ବକ୍ତା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ଦାଶ, ସମ୍ମାନିତ ଅତିଥି ଡିଏଭି କଲେଜର ପୂର୍ବତନ ଅଧ୍ୟକ୍ଷ ଶିବ ପ୍ରସାଦ ବେହେରା, ସମ୍ପାଦକ ବିରାଟ ମୁଣ୍ଡଛିନ୍ନା, ମଦନପୁର ସରପଞ୍ଚ କେତକୀ ଦଣ୍ଡିଆ, ସମିତି ସଭ୍ୟା ପଦ୍ମିନୀ ଭୋଇ ଯୋଗ ଦେଇଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ସିଂହଦେଓ ବିଦ୍ୟାଳୟର ଅର୍ଦ୍ଧନିର୍ମିତ ଶ୍ରେଣୀ ଗୃହର ସମ୍ପୂର୍ଣ୍ଣ ରୂପ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ । ପ୍ରାରମ୍ଭରେ ବିଦ୍ୟାଳୟର ଅଧ୍ୟକ୍ଷ ସୁଦାମ ଦୁବେ ବାର୍ଷିକ ବିବରଣୀ ପଠନ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ହରିଶ ଚନ୍ଦ୍ର ବଗର୍ତ୍ତି ପରିଚାଳନା କରିଥିଲେ । ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ମଞ୍ଚ ପରିଚାଳନା ଯୁଧିଷ୍ଟିର ସିଂହ କରିଥିବା ବେଳେ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷୟିତ୍ରୀ ରାଜଶ୍ରୀ ନାୟକ, ମୋନାଲିସା ଭୋଇ, ଲୋପାମୁଦ୍ରା ମହାନନ୍ଦ, ଭାଗିରଥୀ ବିଶି, ଚିନ୍ତାମଣି ରଣା, ସୁନିଲ ଦାଶ, କାଳୀ ପ୍ରସାଦ ପାଢ଼ୀ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.