oom

ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା

jsmm

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଇଚ୍ଛାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହେମନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ବ୍ଲକ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା ମୁଖ୍ୟ ଅତିଥୀ, ଜିଲ୍ଲା ଶିକ୍ଷା ଶିକ୍ଷକ ପ୍ରଶିକ୍ଷକ ରାଜେଶ କୁମାର ଭୋଇ, ସିଆର୍‌ସିସି ମନୋଜ ମେହେର, ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ପଣ୍ଡା ସମ୍ମାନିତ ଅତିଥୀ ଭାବେ ଯୋଗ ଦେଇଥିଲେ । ସଭାପତି ଶ୍ରୀ ପଣ୍ଡା ଏବଂ ଅତିଥୀ ମାନେ ନିପୁଣ ଓଡିଶା ମେଳାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଏକ ଶପଥ ପାଠ ମଧ୍ୟ କରାଯାଇଥିଲା । ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀମାନେ କିଭଳି ସହଜରେ ଭୟମୁକ୍ତ ହୋଇ ଶିକ୍ଷା ଗ୍ରହଣ କରିପାରିବେ ଏବଂ ଶିକ୍ଷକ ମାନଙ୍କ ଅପେକ୍ଷା ଛାତ୍ରଛାତ୍ରୀମାନେ କିଭକି ଅଧିକରୁ ଅଧିକ ଭୂମିକା ଗ୍ରହଣ କରିବେ ସେ ସମ୍ପର୍କରେ ଆଲୋଚନା କରିଥିଲେ । କଲମପୁର ସିଆର୍‌ସିସି ନବଘନ ସାହୁ ମଞ୍ଚ ସଂଯୋଜନା କରିଥିବାବେଳେ ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ବ୍ଲକର ୮୦ଟି ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଉପରେ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକ ମାନେ ଯୋଗ ଦେଇଥିଲେ । କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥୀ ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଇଚ୍ଛାପୁର ବିଦ୍ୟାଳୟର ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ମାନେ ଏହି ମେଳାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.