ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

  • ପରୀକ୍ଷାରେ ଭଲ କର ତତ୍ ସଙ୍ଗେ ସଙ୍ଗେ ଭଲ ମଣିଷ ହୁଅ’

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ ପାଇଁ ପରାମର୍ଶ ତଥା ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇସାରିଛି । ଉକ୍ତ ସଭାରେ ସଭାପତି ତଥା ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ଦଶମ ଶ୍ରେଣୀର ଛାତ୍ରୀ ମାନଙ୍କୁ ଆଗାମୀ ବାର୍ଷିକ ପରୀକ୍ଷାରେ ଭଲ କରିବା ତଥା ଜୀବନରେ ଭଲ ମଣିଷ ହେବାକୁ ଉପଦେଶ ଦେଇ ପିଲାଙ୍କୁ ଉତ୍ସାହିତ କରିଥିଲେ । ମାନସ ରଞ୍ଜନ ଶତପଥୀ ସଭା ପରିଚାଳନା କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରୀମାନଙ୍କୁ ପରୀକ୍ଷା ପାଇଁ ଟିପ୍ସ ଦେଇ ଉଜ୍ୱଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଥିଲେ । ପୂଜାରାଣୀ ନାୟକ ଧନ୍ୟବାଦ୍ ଜ୍ଞାପନ କରିଥିଲେ । ରବୀନା ପଧାନ, ସଂଯୁକ୍ତା ଭୋଇ, ମନିଷା ଭୋଇ, ବୃନ୍ଦାବତୀ ସାହୁ , ଖୁସବୁ ବରିହା, ଜ୍ୟୋତି ରେଖା ମହାନନ୍ଦ , ଅମନ୍ କୁମାର ପଣ୍ଡା, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର , ନିଳୀମା ରାଣୀ ମହାନ୍ତି, ସୁଷମା ଦାଶ, ଦୁଷ୍ମନ୍ତ ଛତର, କମଳା କୁମ୍ଭାର, ପ୍ରଭାସିନୀ ସାହୁ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.