ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଦିତି ବିହାର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ୨୫ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ସଂଧ୍ୟାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ତଥା ବରିଷ୍ଠ ବୁଦ୍ଧିଜୀବୀ ଜୟନାରାୟଣ ତ୍ରିପାଠୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଶ୍ରୀଅରବିନ୍ଦଙ୍କ ଉଦ୍ଦେଶ୍ୟରେ ଦୀପ ପ୍ରଜ୍ୱଳନ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରିତିରଞ୍ଜନ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ମନୋଜ ପଣ୍ଡା, ରଘୁମଣି ପୁରୋହିତ, ଆଦିତ୍ୟ ରଥ, ସମ୍ମାନୀତ ଅତିଥି ରୂପେ ଯୋଗଦାନ କରି କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ଅଧ୍ୟକ୍ଷା ଆଲାଦିନୀ ଦଲାଇଙ୍କ ତତ୍ୱାବଧାନରେ ଏବଂ ପ୍ରଶାସକ ଭରତ ସାହୁଙ୍କ ମାର୍ଗଦର୍ଶନରେ ବିଦ୍ୟାଳୟର ଅପା ଭାଇ ମାନେ କାର୍ଯ୍ୟକ୍ରମକୁ ସୁନ୍ଦର ଭାବରେ ପରିଚାଳନା କରିଥିଲେ । ଶିଶୁ ମାନଙ୍କ ଚିତ୍ତାକର୍ଷକ ନୃତ୍ୟ ଅଭିଭାବକ ଅଭିଭାବିକାଙ୍କ ମନ ମୋହିଥିଲା । ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ । ଶେଷରେ ସମ୍ପାଦକ ଆଦିତ୍ୟ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।
Prev Post