କଟକ : ୟୁଟ୍ୟୁବ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏ ପ୍ରଶ୍ନପତ୍ର ଭାଇରାଲ କରୁଥିବା ଏକ ବଡ ରାକେଟ୍ ଧରାପଡିଛି ରାକେଟ୍ରେ ସଂପୃକ୍ତ ୪ ଜଣ ୟୁଟ୍ୟୁବର ଓ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ଭଦ୍ରକ ଜିଲ୍ଲା ଧାମନଗରଥାନା ଅଞ୍ଚଳର ଜ୍ୟୋତିରଞ୍ଜନ ବାରିକ(୨୬)ବରଗଡ଼ ଅତାବିରାର ସାହିଲ କୁମାର ମିଶ୍ର(୨୪)ଟିଟଲାଗଡ଼ର ସୁଶାନ୍ତ କୁମାର ବିଶି(୨୮) ଓ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ସାଇଶଙ୍କର ପାତ୍ର(୧୮) ଗିରଫ ସହକାରୀ ଶିକ୍ଷକ ହେଉଛନ୍ତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଘନଶ୍ୟାମବେଉରା । ସୂଚନା ମୁତାବକ ଗତବର୍ଷ ନଭେମ୍ବର୧ରେ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଆସୋସିଏସନ ବା ‘ଓଷ୍ଟାର ସଂପାଦକ ରଞ୍ଜନ କୁମାର ଦାଶ ସାଇବର ଥାନାରେ ଏକ ଏତଲା ଦେଇଥିଲେ। ଗତ ଅକ୍ଟୋବର ୨୮ରୁ ନଭେମ୍ବର ୪ ମଧ୍ୟରେ ସ୍କୁଲସ୍ତରରେ ଅଷ୍ଟମରୁ ଦଶମ ଶ୍ରେଣୀ ମଧ୍ୟରେ ଚାଲିଥିବା ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା । ସେ ଏତଲାରେ ଉଲ୍ଲେଖ କରିଥିଲେ ।ଏପରିକ ପୂର୍ବ ବର୍ଷର ପ୍ରି ବୋର୍ଡ’ ପରୀକ୍ଷାର ପ୍ରଶ୍ନପତ୍ର ମଧ୍ୟ ବିଭିନ୍ନ ୟୁଟ୍ୟୁବ୍ ଚ୍ୟାନେଲ୍ ମାଧ୍ୟମରେ ଭାଇରାଲ୍ କରାଯାଇଥିଲା । ଅଭିଯୋଗ ପାଇବା ପରେ ଥାନା ପକ୍ଷରୁ ଗୁଗଲ୍ ଓ ଅନ୍ୟ ସଂସ୍ଥାଠାରୁ ଏକାଧିକ ବୈଷୟିକ ତଥ୍ୟ ମଗାଯାଇଥିଲା ।ଏହି ତଥ୍ୟ ଯାଞ୍ଚ ପରେ ଘଟଣା ପଛରେ ଏକ ବଡ଼ ରାକେଟ୍ କାମ କରୁଥିବା ଜଣାପଡ଼ିଥିଲା । ସେହିଭଳି ଅଧିକ ଭିୟୁ ପାଇଁ ଏହିଭଳି ୟୁଟୁବ ଚ୍ୟାନେଲ ମାନେ କରିଥିବା ବେଳେ ସହକାରୀ ଶିକ୍ଷକ ମୋଟା ଅଙ୍କରେ ପ୍ରଶ୍ନ ବିକ୍ରି କରିଥିବା କଥା କହିଛନ୍ତି କଟକ ଡିସିପି ଜଗମୋହନ ମୀନା ।