ଜନହିତରେ ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ ) : ଭଞ୍ଜନଗରଠାରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ , ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୦୧ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୯୮ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୩ଟି ଥିଲା, ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୮ଟି ଅଭିଯାଗର ଫଇସଲା କରିଥିଲେ। ଏବଠ ଜଣେ ଭିନ୍ନକ୍ଷମଙ୍କୁ ଗୋଟିଏ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା, ଆଜିର ଅଭିଯୋଗ ସମୟରେ , ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା, ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା, ଉପରେ ଥିଲା, ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା, ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ପୁତ୍ତ ବିଭାଗ ଏସ,ଡି, ଓ ଭଞ୍ଜନଗର ପ୍ରତାପ ନାୟକ,ଭଞ୍ଜନଗର, ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଭଂଜନଗର ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର , ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି , ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.