jayashree

ଲର୍କି ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ, ପରିଚାଳନା କମିଟିର ସଭାପତି ଯଶୋବନ୍ତୀ ମେହେର, ଶିକ୍ଷୟିତ୍ରୀ ଟିକେଶ୍ୱରୀ ସେଠ, ବିନୋଦିନୀ ତାଣ୍ଡୀ, ରଜନୀ ମେହେର, ଲୀଳାବତୀ ମେହେର ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ । ମାଁ ସରସ୍ୱତୀଙ୍କ ଫଟୋ ଚିତ୍ରରେ ଅତିଥିମାନେ ପୁଷ୍ପ, ଧୂପଦୀପ ଅର୍ପଣ ପରେ ଛାତ୍ରୀବୃନ୍ଦ ପ୍ରାରମ୍ଭିକ ସଙ୍ଗୀତ ଗାଇଥିଲେ । ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ପୂର୍ବରୁ କରାଯାଇଥିବା କ୍ରୀଡ଼ା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟରେ ଶୈକ୍ଷିକ ଓ ଅଣ ଶୈକ୍ଷିକ ଦିଗରେ ଆଗୁଆ ଥିବା ଛାତ୍ରଛାତ୍ରୀ ଓ ସମେଟିଭ ପ୍ରଥମ ପରୀକ୍ଷାରେ ଶ୍ରେଣୀରେ ପ୍ରଥମ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି ଉତ୍ସବକୁ ସଫଳ କରିବାରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା, ଗ୍ରାମବାସୀ ସହଯୋଗ କରିଥିଲେ ।

Leave A Reply

Your email address will not be published.