ସାଲେପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆଁ କ୍ଲଷ୍ଟର ସ୍ଥିତ ସାଲେପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶୁକଦେବ ମୁଗ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଗ୍ରାମପଂଚାୟତ ସମିତି ସଭ୍ୟ ପ୍ରବୀର ସାହୁ ମୁଖ୍ୟ ଅତିଥି, ସିଆର୍‌ସିସି ରାଧେଶ୍ୟାମ ରଥ ମୁଖ୍ୟବକ୍ତା, ବେହେରାମାଲ ସିଆର୍‌ସିସି ସୁରେନ୍ଦ୍ର ରଥ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ପଧାନ ବାର୍ଷିକ ବିବରଣୀ ପଠନ କରି ଥିବାବେଳେ ଶିକ୍ଷକ ନାରାୟଣ ଆଡବା ସଭା ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ । ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ତଥା ବିଭିନ୍ନ ସମୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା, ତଥା ପ୍ରଥମ ସମାପ୍ତିସୂଚକ ମୂଲ୍ୟାୟନରେ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହିତ ପୁରସ୍କାର ଦିଆଯାଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନ ମୋହିଥିଲା । ସମସ୍ତ ଛାତ୍ରଛାତ୍ରୀ, ଅବିଭାବକ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟସଭ୍ୟା, ସାଲେପାଲି ଗ୍ରାମବାସୀ ସହଯୋଗ କରିଥିଲେ ।

Leave A Reply

Your email address will not be published.