ସହଲା ରେଳୱେ ଲାଇନପଡା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) :ସହଲା ରେଳୱେ ଲାଇନ ପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତି ସଭାପତି ମୀନା ପଧାନଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଡୁଙ୍ଗୁରିପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଟକୃଷ୍ଣ ପାଢ଼ୀ, ଗଞ୍ଜାଲୁ ମିର୍ଧା, ଜଗତ ମଲ୍ଲିକ, ସିଆରସିସି ରଞ୍ଜନ ଦାଶ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ନିଜ ନିଜର ବକ୍ତବ୍ୟ ରଖିଥିବା ବେଳେ ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କରମ ଚନ୍ଦ୍ର ବାରିକ ମୁଖ୍ୟ ବକ୍ତାଭାବରେ ଯୋଗଦାନ କରି ନିଜର ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ବିଦ୍ୟାଳୟ ପାଇଁ ଭୂମିଦାନ କରଥିବା ଅର୍ଜୁନ ମେହେର, ବିଦ୍ୟାଳୟର ପରିଚାଳନା ସମିତିର ପ୍ରଥମ ସଭାପତି କର୍ମୁ ବାଗ, ସ୍ୱେଚ୍ଛାସେବୀ ହେମକର ବାଗ, ପୂର୍ବତନ ସଭାପତି ଅଶୋକ ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କୁଢାରିକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଥବିର ଦୋରା ସଭାକାର୍ଯ୍ୟ ପରିଚାଳନା କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରେମଶିଲା ମେହେର ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ଗାୟତ୍ରୀ ଷଣ୍ଢ ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ପରିଚାଳନା ସମିତିର ସମସ୍ତ ସଭ୍ୟସଭ୍ୟା ତଥା ରେଲୱେ ଲାଇନ ପଡା ଓ ଶ୍ରୀରାମ ପଡା ବାସୀଙ୍କ ପୂର୍ଣ୍ଣ ସହଯୋଗରେ ଏହି କାର୍ଯ୍ୟକ୍ରମ ଶୃଙ୍ଖଳିତ ଭାବରେ ଅନୁଷ୍ଠିତ ହୋଇଥିଲା । ଉଦ୍‌ଯାପନୀ ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ କିଷାନ ଯୋଗଦାନ କରି ଉପସ୍ଥିତ ଛାତ୍ରଛାତ୍ରୀ, ତଥା ଅଭିଭାବକ ଅଭିଭାବିକାଙ୍କୁ ସମ୍ବୋଧନ କରଥିଲେ । ସମ୍ମାନିତ ଅଥିତି ଭାବରେ ଚିନା ଜୁରୀ ସିଆରସିସି ରମେଶ କୁମାର ଭୋଇ ଯୋଗଦାନ କରିଥିଲେ । ଛଞ୍ଚାନୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ନାଥ ଯୁଆଡ଼ି, ସହାୟକ ବିଭୁତି ପଧାନ ସହଯୋଗ କରିଥିଲେ ।

Leave A Reply

Your email address will not be published.