centurian jitm

ତ୍ରିଦିବସୀୟ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ସଂପନ୍ନ

nschool

ରାଉରକେଲା, (ସସ୍ମିତା ପ୍ରଧାନ) : ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ଆରମ୍ଭ ହୋଇଥିବା ତ୍ରିଦିବସୀୟ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ଆଜି ସଂଧ୍ୟାରେ ସଂପନ୍ନ ହୋଇଯାଇଛି । ସମାପନ ସମାରୋହରେ ଜିଲ୍ଲା ଶ୍ରମ ଅଧିକାରୀ ଗୋପାଳ କୃଷ୍ଣ ମଙ୍ଗରାଜ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ଏବଂ ସହାୟକ ନିର୍ଦ୍ଦେଶକ ଉଦ୍ୟାନ କୃଷି ବିଭାଗ ଦୁଷ୍ମନ୍ତ କୁମାର ବେହେରା ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ । ଏହି ପ୍ରଦର୍ଶନୀରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଉଦ୍ୟାନ କୃଷି ବିଭାଗ ରାଉରକେଲାକୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି । ସେହିପରି ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗକୁ ଦ୍ୱିତୀୟ ଓ ଆଚଂଳିକ ପୁର୍ନବାସ ଓ ଗବେଷଣା କେନ୍ଦ୍ରକୁ ୩ୟ ପୁରସ୍କାର ପ୍ରଦାନ କରାଗଲା । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ଆୟୋଜିତ ଏହି ପ୍ରଦର୍ଶନୀରେ ଜିଲ୍ଲାର ବିଭିନ୍ନ ବିଭାଗ ଦ୍ଵାରା ଯଥା ଜିଲ୍ଲା କୃଷି ବିଭାଗ ଠାରୁ ଆରମ୍ଭ କରି ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ, ହସ୍ତଶିଳ୍ପ ବିଭାଗ, ପାନପୋଷ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ପ୍ରଦର୍ଶନୀ ଷ୍ଟଲ୍ କରାଯାଇ ଲୋକମାନଙ୍କୁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଯାଇଥିଲା । ଏତଦ୍ ବ୍ୟତୀତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଜିଲ୍ଲା ଶ୍ରମ ବିଭାଗ, ସହ ଆଞ୍ଚଳିକ ପୁନର୍ବାସ ଓ ଗବେଷଣା କେନ୍ଦ୍ର ତରଫରୁ ଦିଆଯାଉଥିବା ବିଭିନ୍ନ ସହାୟକ ଉପକରଣ ଓ ସମନ୍ଵିତ ଭୌତିକ ଚିକିତ୍ସା କେନ୍ଦ୍ର ବିଷୟରେ ଲୋକଙ୍କୁ ସଚେତନ କରାଇବା ନିମନ୍ତେ ୧୯ଟି ଷ୍ଟଲ୍ କରିଥିଲେ । ଏହି କାର୍ଯ୍ୟକ୍ରମରେ ବେଦବ୍ୟାସ ଟ୍ରଷ୍ଟ ବୋର୍ଡର ସଦସ୍ୟ  ତଥା ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ରାଉରକେଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୀମା ଫାତିମା ଏକ୍କା କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ।

Leave A Reply

Your email address will not be published.