centurian jitm

ଉଦଳା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

nschool

ଉଦଳା : ଶନିବାର ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳାକୁ ପ୍ରଥମଥର ପାଇଁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଦଳା କଲେଜ ପଡ଼ିଆରେ ହେଲିକେପ୍ଟର ଯୋଗେ ଆସି ଖଲାଡି ପଞ୍ଚାୟତ ପାଟପୁର ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ନିର୍ବାଚନ ମଣ୍ଡଳୀର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ପ୍ୟାକେଜ ଘୋଷଣା କରିବେ ବୋଲି ଜଣାପଡ଼ିଛି । ଉଦଳା ବିଧାୟକ ଭାସ୍କର ମଢ଼େଇଙ୍କ ନେତୃତ୍ୱରେ ଜିଲ୍ଲା ପ୍ରଶାସନ ଓ ଭାରତୀୟ ଜନତା ପାର୍ଟି ଦିନରାତି ଏକ କରିଦେଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଦଳାବାସୀ ଉତ୍ସାହିତ ହୋଇପଡିଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ହେମକାନ୍ତ ସାଏ, ଉପଜିଲ୍ଲାପାଳ ଶୁଶାନ୍ତ ବାରିକଙ୍କ ସମେତ ସମସ୍ତ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କ ଗସ୍ତରେ ଯେପରି କୌଣସି ସମସ୍ୟା ନ ଉପୁଜେ ସେଦିଗରେ ନଜର ରଖିଛନ୍ତି । ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ଟ୍ରାଫିକ ସମସ୍ୟା ପ୍ରତି ବିଶେଷ ଗୁରୁତ୍ୱ ଦେଉଥିବା ବେଳେ ଏସପି ବରୁଣ ଗୁଣ୍ଠୁପାଲୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୭ପ୍ଲାଟୁନ ପୁଲିସ ଫୋର୍ସ ସହିତ ୬୦ ଗୃହରକ୍ଷୀଙ୍କୁ ମୁତୟନ କରାଯାଇଛି ।

Leave A Reply

Your email address will not be published.