କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହର ସ୍ଥିତ ବିଜୁପଟ୍ଟନାୟକ ଷ୍ଟାଡିୟମ ଠାରେ ଦୈନିକ ଖବରକାଗଜ ‘ଦର୍ଶନ’ର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଧୁ ମଙ୍ଗରାଜ, ଦର୍ଶନ ଖବରକାଗଜର ସଂପାଦକ ବିଭୁତି ଭୂଷଣ ନାୟକ, ସହ ସମ୍ପାଦକ ପ୍ରଶମିତା ମହାନ୍ତି, ଭବାନୀପାଟଣା ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ପରମେଶ୍ୱର ମୁଣ୍ଡ, ଧର୍ମଗଡ଼ ବ୍ଲକ ସରପଞ୍ଚ ସଙ୍ଘ ସଭାପତି ହାତିରାମ ଦୁର୍ଗା, ବରିଷ୍ଠ ଆଇନଜୀବୀ ଦୁର୍ଗାପ୍ରସାଦ ନାଏକ, ଯୁବ ଉଦ୍ୟୋଗପତି ସନ୍ତୋଷ କୁମାର ସାହୁ ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ । ଏହି ଉପଲକ୍ଷେ ଦର୍ଶନ ଖବର କାଗଜ ପକ୍ଷରୁ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ବର୍ଗ, ସମାଜସେବୀ ଓ ସାମ୍ବାଦିକ ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଚିତ୍ତରଞ୍ଜନ ଦଳପତି ମଞ୍ଚ ପରିଚାଳନା କରିଥିବା ବେଳେ ଦୈନିକ ଖବରକାଗଜ ଦର୍ଶନର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଅନନ୍ତ କୁମାର ପାଳ ଓ ଜୁନାଗଡ଼ ବ୍ଲକ ପ୍ରତିନିଧି ହିମାଂଶୁ ଶେଖର ବରାଡ଼ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଦର୍ଶନ ଖବର କାଗଜର ସମସ୍ତ ବ୍ଲକ ପ୍ରତିନିଧି ଉପସ୍ଥିତ ରହି ସହଯୋଗ କରିଥିଲେ ।
Next Post