ମାର୍ଚ୍ଚ ୫ ବଦଳରେ ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସ ପାଳନ

ଭୁବନେଶ୍ୱର : ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ଭଳି ଜନନେତାଙ୍କ ଜନ୍ମଦିନକୁ ୩ ଦଶନ୍ଧି ଧରି ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଉଥିଲା । କିନ୍ତୁ ବିଜେପି ସରକାର ଚଳିତ ବର୍ଷ ବିଜୁ ଜୟନ୍ତୀକୁ ପଞ୍ଚାୟତିରାଜ ଦିବସ ପାଳନ ନ କରି ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସ ପାଳିବାକୁ ଘୋଷଣା କରିଛନ୍ତି । କେବଳ ଏହି ଦିନକୁ ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ଯାହା ଫଳରେ ସରକାରୀ ଛୁଟି ମଧ୍ୟ ବାତିଲ କରାଯାଇଛି । ଯାହାକୁ ନେଇ ବିଜେଡି ନେତାଙ୍କ ମଧ୍ୟରେ କଡ଼ା ପ୍ରତିକ୍ରିୟା ଦେଖିବାକୁ ମିଳିଛି । ତେବେ କେବଳ ବିଜେଡି ନୁହେଁ ବିଜୁ ଜୟନ୍ତୀକୁ ନେଇ କଂଗ୍ରେସ ମଧ୍ୟ ମୁହଁ ଖୋଲିଛି ।

Leave A Reply

Your email address will not be published.