ରାଧାରମଣ ନଗର ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ରାଧାରମଣ ନଗର ଗନ୍ଧରେଲ ୟୁପି ସ୍କୁଲର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟଶତ୍ରୀ ଯୋଗମୁଦ୍ରା ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି କବି ତଥା ଓକିଲ ସୁଶାନ୍ତ ବାଗ, ମୁଖ୍ୟବକ୍ତା ଅବସରପ୍ରାପ୍ତ ଶିକ୍ଷକ ପ୍ରମୋଦ ପ୍ରଧାନ, ସମ୍ମାନିତ ଅତିଥି ଭାବେ ମଧୁସ୍ରୂଦନ ଦାଶ ଓ ସୁନିଲ କୁମାର ଠାକୁର ଯୋଗ ଦେଇଥିଲେ । ଏହି ଅବସରରେ ବିଭିନ୍ନ ବର୍ଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଶିକ୍ଷୟିତ୍ରୀ ସଂଘମିତ୍ରା ପାଣିଗ୍ରାହୀ ଓ ମିନା କୁମାରୀ ନାଗଙ୍କ ତତ୍ତ୍ୱାବଧାନରେ ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଶିକ୍ଷୟିତ୍ରୀ କଳ୍ପନା ଷଡଙ୍ଗୀ ସ୍କୁଲର ବାର୍ଷିକ ବିବରଣୀ ପାଠ କରିଥିଲେ । ପ୍ରଜ୍ଞା ବହିଦାର ସଭା ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ । ଉତ୍ସବରେ ଏସ୍‌ଏମ୍‌ସି ସଭ୍ୟସଭ୍ୟା, ଅଭିଭାବକ, ଛାତ୍ରଛାତ୍ରୀ ତଥା ଗ୍ରାମବାସୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.