ଭୁବନେଶ୍ୱର : ବିଶିଷ୍ଠ କବି ରମାକାନ୍ତ ରଥଙ୍କ ପରଲୋକ । ୯୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛିଛି । ଭୁବନେଶ୍ୱର ସ୍ଥିତ ବାସଭଭନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶ୍ରୀରାଧା କବିତା ସଂକଳନ ପାଇଁ ସେ ଥିଲେ ପରିଚିତ । ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ ରଥ । ସେ ଥିଲେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବା ଯୋଗଦେଇଥିଲେ । ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ । ଏହି ସମୟରେ ତାଙ୍କର କେତେ ଦିନର , ସନ୍ଦିଗ୍ଧ ମୃଗୟା , ସପ୍ତମ ରତୁ , ସଚିତ୍ର ଅନ୍ଧାର , ଶ୍ରୀରାଧା ଏବଂ ଶ୍ରେଷ୍ଠ କବିତା ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା ।କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ଶ୍ରୀରାଧା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ୨୦୦୬ ମସିହାରେ ପଦ୍ମଶ୍ମୀ ଉପାଧି ପାଇଥିଲେ ରମାକାନ୍ତ ରଥ । ୨୦୧୮ରେ ଅତିବଡି ଜଗନ୍ନାଥ ଦାସ ସମ୍ମାନ ପାଇଥିଲେ ।
Prev Post