centurian jitm

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ୨୧ତାରିଖ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବେ ଅମିତ ଶାହ। ରାତିରେ ଏମସିଏଲ ଗେଷ୍ଟ ହାଉସରେ ରହିବେ । ୨୨ତାରିଖ ସକାଳେ ସମଲେଇ ଦର୍ଶନ ପରେ ପିଏ ଡି ପଡ଼ିଆରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସେହିଦିନ ସନ୍ଧ୍ୟାରେ ପୁରୀ ଗସ୍ତ କରି ରାତ୍ରୀ ଯାପନ କରିବେ । ୨୩ତାରିଖ ସକାଳେ ଶ୍ରୀମନ୍ଦିର ଯାଇ ଜଗନ୍ନାଥ ଦର୍ଶନ କରିବେ । ଏହାପରେ ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଭାରତର ଦ୍ଵିତୀୟ ଫରେନସିକ ୟୁନିଭେର୍ସିଟିର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ସେହିଦିନ ଦିଲ୍ଲୀ ଫେରିଯିବେ ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

Leave A Reply

Your email address will not be published.