centurian jitm

୨୦ରୁ ରାଜ୍ୟରେ ଝଡ଼ ବର୍ଷା, ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଗୁରୁବାରଠାରୁ ରାଜ୍ୟରେ କାଳବୈଶାଖୀ । ଏହାର ପ୍ରଭାବରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହ ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୁରୁବାର ସୁନ୍ଦରଗଡ଼, ଯାଜପୁର, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ ଓ ଦେବଗଡ଼ରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ବର୍ଷା ହୋଇପାରେ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ ଓ ଦେବଗଡ଼ରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୧ ତାରିଖ ଶୁକ୍ରବାର ଦିନ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି । ୫୦ରୁ ୬୦କିମି ବେଗରେ ପବନ ବି ବହିବ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.