centurian jitm

ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଠାରେ ବୁଧବାର ବାର୍ଷିକ ଉତ୍ସବ – ୨୦୨୫ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗରୁଡଧ୍ଵଜ ବାରିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଏବଂ ମୁଖ୍ୟ ବକ୍ତା ଭାବେ ଗବେଷକ ତଥା ଅଧ୍ୟାପକ ପରମେଶ୍ଵର ମୁଣ୍ଡ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଵଳନ କରାଯାଇଥିଲା ଏବଂ ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ମୁଖ୍ୟ ଅତିଥି, ମୁଖ୍ୟବକ୍ତା ତାଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀ ମାନେ ଭଲ ପାଠ ପଢିବା ସହିତ ଭଲ ମଣିଷ ହେବା ପାଇଁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ଅନୁଷ୍ଠିତ ବିିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିଙ୍କ ମାନଙ୍କ ଦ୍ଵାର ପୁରସ୍କାର ପ୍ରଦାନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ମହାବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ଯୋଗଦେଇଥିଲେ । ଏଥିରେ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଅଧ୍ୟାପକ ଚନ୍ଦ୍ରମଣି ମଞ୍ଚ ପରିଚାଳନା କରିଥିଲେ ।

Leave A Reply

Your email address will not be published.