csstore

କନକପୁର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

ସାରସମାଲ, (କେପିଏନ୍‌ଏସ୍‌): କନକପୁର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅଶ୍ୱିନୀ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସମାରୁ ମେହେର, ମୁଖ୍ୟ ବକ୍ତା ଭାବରେ ବଡବନ୍ଧ କ୍ଲଷ୍ଟର ସିଆରସିସି ଜଗଦୀଶ ପଧାନ, ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାୟାଧର ମହାକୁର ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶ୍ୱିନୀ ନାଏକ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ଅତିଥି ପରିଚୟ ପ୍ରଦାନ ପୂର୍ବକ ମଞ୍ଚ ପରିଚାଳନା କରିଥିଲେ ସହକାରୀ ଶିକ୍ଷକ କୈଲାଶ ଚନ୍ଦ୍ର ଭୋଇ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଦେବାନନ୍ଦ ନିଷାଦ, ଦିଲିପ ପଧାନ, ସୁଶାନ୍ତ ସାହୁ, ବିଧାନ ସେଠ ପରିଚାଳନା କମିଟି ସଭ୍ୟ ସଭ୍ୟା ତଥା ଗ୍ରାମବାସୀ ସହଯୋଗ କରିଥିଲେ । ଶେଷରେ ସହକାରୀ ଶିକ୍ଷୟତ୍ରୀ ସସ୍ମିତା ସେଠ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.