centurian jitm

ହଳଦୀପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଦେଓଗାଁ, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଳକ ହଲଦିପାଲି ପ୍ରାଥମିକ ସ୍କୁଲର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତି ସଭାପତି ପଞ୍ଚା ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ କେନ୍ଦ୍ରବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ ପୁରୋହିତ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ବ୍ରାହ୍ମନିଯୋର ସିଆର୍‌ସିସି ମଣ୍ଟୁ ସାମଲ ଓ ମୁଖ୍ୟବକ୍ତା ଭାବେ ସିଆର୍‌ସିସି ସୁଶାନ୍ତ କୁମାର ମହାନ୍ତି ଯୋଗଦେଇଥିଲେ । ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ ଉପସ୍ଥିତ ଥିଲେ । ପ୍ରଧାନ ଶିକ୍ଷକ ସୁବଳ ଷଡ଼ଙ୍ଗୀ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସ୍ଥାନୀୟ ସିଆର୍‌ସିସି ତପନ କୁମାର ନାଗ ମଞ୍ଚ ପରିଚାଳନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ପରିଚାଳନା କମିଟି ସଭ୍ୟସଭ୍ୟା ତଥା ଗ୍ରାମବାସୀ ସହଯୋଗ କରିଥିଲେ । ପରିଶେଷରେ ସହକାରୀ ଶିକ୍ଷକ ଗଣେଶ ନାଗ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Leave A Reply

Your email address will not be published.