csstore

କପିଲାଭଟା ୟୁପି ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ବାଗଦେବୀ ସରସ୍ୱତୀଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ବିଶ୍ୱାଲଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କପିଲାଭଟା ପଂଚାୟତର ସମିତି ସଭ୍ୟ କେଦାର ଭୋଇ, ସମ୍ମାନୀୟ ଅତିଥି ଭାବେ ଏବିଇଓ ସୋମନାଥ ମଙ୍ଗରାଜ, ଏବିଇଓ ଚୈତନ୍ୟ ଧରୁଆ, ସିଆରସିସି ହରପ୍ରସାଦ ମାଝୀ, ବଙ୍ଗୋମୁଣ୍ଡା ବାଲିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିରାମ ସତନାମୀ, ପରିଚାଳନା କମିଟୀର ସଭାନେତ୍ରୀ ରୀତା ହଂସ, ପ୍ରମୁଖ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର କିପରି ଭାବେ ଉନ୍ନତି ହୋଇପାରିବ ସେ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ପୂର୍ବରୁ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶିକ୍ଷୟତ୍ରୀ ରଶ୍ମିରେଖା ମେହେର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସହକାରୀ ଶିକ୍ଷକ ଗଣେଶ୍ୱର ପ୍ରଧାନ ମଂଚ ପରିଚାଳନା କରିଥିଲେ ।ଏହି କାର୍ଯ୍ୟକ୍ରମରେ ଶିକ୍ଷକ ନେତ୍ରାନନ୍ଦ ପଧାନ, ମୋନାଲିସା ସାମଲ, ଭୀଷ୍ମଶଙ୍କର ଭୋଇ ପ୍ରମୁଖଙ୍କ ସହ ପରିଚାଳନା କମିଟୀର ସଭ୍ୟସଭ୍ୟା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ଦୀପକ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

jayashree
Leave A Reply

Your email address will not be published.