oom

ଓଡିଆ ପକ୍ଷ ଅବସରରେ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡ଼ିଆ ପକ୍ଷ ପାଳନର ପଞ୍ଚମ ଦିନରେ ଆଜି ଐତିହ୍ୟସ୍ଥଳୀର ସୁରକ୍ଷା ଓ ଯୁବପିଢ଼ିଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଜିଲ୍ଲା କ୍ରୀଡ଼ା ବିଭାଗ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିକାଶ ଭବନ ଠାରୁ ନୂତନ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏହି ଗଣଦୌଡ଼କୁ ଜିଲ୍ଲାପାଳମନୋଜ ମହାଜନ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ପ୍ରଦୀପ ମିରାସେ, ଅତିରିକ୍ତ ଜିଲ୍ଲାପାଳ ରବିନାରାୟଣ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମହେନ୍ଦ୍ର ନାଥ ମୁର୍ମୁ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ ପଧାନ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଅମିତ୍ କୁମାର ଟୁଡୁ, ଅବକାରୀ ଅଧିକ୍ଷକ ପ୍ରମୋଦ ପଣ୍ଡା, ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଦିପ୍ତ ନାଏକ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀମାନେ ଯୋଗ ଦେଇଥିଲେ । ଏଥିରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀମାନେ ଭାଗ ଅଂଶ ଗ୍ରହଣ କରି ସମସ୍ତ ଐତିହ୍ୟ ସ୍ଥଳ ଗୁଡ଼ିକର ସୁରକ୍ଷା ନିମନ୍ତେ ସଚେତନତାର ବାର୍ତ୍ତା ଦେଇଥିଲେ । ପରେ ପରେ ଗଣଦୌଡ଼ରେ ଅଂଶ ଗ୍ରହଣ କରିଥିବା ପ୍ରତିଯୋଗୀ ମାନଙ୍କୁ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ମାନପତ୍ର ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.