centurian jitm

ସେମେଲମୁଣ୍ଡା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

nschool

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ସେମେଲମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ସୁଶାନ୍ତ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ହରଭଙ୍ଗା ସ୍କୁଲର ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ ପଶାୟତ ମୁଖ୍ୟଅତିଥି, କ୍ଲଷ୍ଟର ସିଆରସିସି ନିରଞ୍ଜନ ପଧାନ ଓ ଶିକ୍ଷକ ଗୋବିନ୍ଦ ସାହୁ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ବାର୍ଷିକ ଉତ୍ସବ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିଥାଏ ବୋଲି ମତବ୍ୟକ୍ତ କରିଥିଲେ । ପୂର୍ବରୁ ଆୟୋଜିତ ହୋଇଥିବା କୁଇଜ୍, ସଙ୍ଗୀତ, ଚିତ୍ରାଙ୍କନ, ମ୍ୟୁଜିକ ଚେୟାର ଆଦିର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ । ପରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୀତ ଓ ନାଚ ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷୟତ୍ରୀ ଗୁରୁବାରି ପଧାନ ସଂଯୋଜନା କରିଥିବା ବେଳେ ଶିକ୍ଷକ ଭାଗିରଥି ପଧାନ, କମିଟି ସଭାପତି ଜଗତ ପଧାନ, ଉପସଭାପତି କୃଷ୍ଣ ଚନ୍ଦ୍ର ପଧାନ ତଥା କମିଟି ସଭ୍ୟସଭ୍ୟା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଏହି ଅବସରରେ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଉପହାର ପ୍ରଦାନ ପୂର୍ବକ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ପରିଶେଷରେ ଶିକ୍ଷକ ସୁଶାନ୍ତ କୁମାର ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

error: Content is protected !!