centurian jitm

ବସ୍‌ ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର

nschool

ଭୁବନେଶ୍ୱର : କଟକ ତିଗିରିଆ ଥାନା ଅନ୍ତର୍ଗତ ୬୫ ନମ୍ବର ରାଜ୍ୟ ରାଜପଥର ପାଞ୍ଚଗାଁ ନିକଟରେ ସଡ଼କ ଦୁର୍ଘଟଣା । ଏକ ଘରୋଇ ବସ୍‌ ସହ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଅଟୋରେ ଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ତିଗିରିଆ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ମାଁ ଶୁଭଦ୍ରା ନାମକ ଏକ ଘରୋଇ ବସ୍ ନରସିଂହପୁରରୁ କଟକ ଯାଉଥିଲା । ଏହି ସମୟରେ ଅଟୋଟି କଟକରୁ ନରସିଂହପୁର ଆସୁଥିବା ବେଳେ ପାଞ୍ଚଗାଁ ନିକଟରେ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଅଟୋରେ ଯାତ୍ରା କରୁଥିବା ୩ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ତିଗିରିଆ ପୋଲିସ୍ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ଆଠଗଡ଼ ମେଡିକାଲରେ ଭର୍ତ୍ତି କରିଥିଲା । ହେଲେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.

error: Content is protected !!