centurian jitm

ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

nschool
  • ମୋଟ ୧୧୦ଗୋଟି ଅଭିଯୋଗର ହେଲା ଶୁଣାଣି

ବାରିପଦା, (ଦେବସ୍ମିତ ଚୌଧୁରୀ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସକାଳ ୭ ଘଟିକା ସମୟରେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଆରମ୍ଭ ହୋଇଥିଲା । ଉକ୍ତ ଜନ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ ଓ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଭାତ କୁମାର ବେହେରା ଓ ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା ପ୍ରମୁଖ ଯୋଗ ଦେଇଥିଲେ । ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୧୧୦ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା । ଉକ୍ତ ୧୧୦ଗୋଟି ଅଭିଯୋଗ ମଧ୍ୟରୁ ୧୦୬ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧିତ ଥିବାବେଳେ, ୦୪ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା । ୬ଟି ଆପତ୍ତିର ତତ୍କାଳ ସମାଧାନ ହୋଇଥିଲା । ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୨ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦,୦୦୦/-ଟଙ୍କା ମଂଜୁର କରିଛନ୍ତି ଏବଂ ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫,୦୦୦/- ଟଙ୍କା ଆର୍ଥିକ ସହାୟତା ମଂଜୁର କରିଛନ୍ତି । ଆଜିର ଜନ ଅଭିଯୋଗ ଶୁଣାଣିରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଆଜି ଜନ ଶୁଣାଣି ଶିବିରକୁ ଆସିଥିବା ଆବେଦନକାରୀ ମାନଙ୍କ ପାଇଁ ଶେଡ଼ ବ୍ୟବସ୍ଥା କରାଯିବା ସହ ଲୋକମାନଙ୍କୁ ପିଇବା ପାଇଁ ଥଣ୍ଡା ପାନୀୟ ଜଳ ଓ ଘୋଳ ଦହି ବଣ୍ଟନ କରାଯାଇଥିଲା । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.

error: Content is protected !!