centurian jitm

ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

nschool

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ଅଦାଲତ ଯଥା ବଲାଙ୍ଗିର, ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି ,ଲୋଇସିଂହା, ସଇଁତଳା, ମୁରିବାହାଲ ଓ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ପ୍ରକାରର ବିଚାରାଧୀନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ ),ଚେକ ବାଉନ୍ସ ,ବ୍ୟାଙ୍କ ଋଣ ,ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ, ବୈବାହିକ ବିବାଦ ,ଜମି ଅଧିଗ୍ରହଣ, ଚାକିରୀ ସମ୍ବନ୍ଧୀୟ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହା ସହ ପ୍ରାକ ମକଦ୍ଦମା ସ୍ତରୀୟ ମାମଲା ଯଥା ଚେକ ବାଉନ୍ସ ,ବ୍ୟାଙ୍କ ଋଣ, ଶ୍ରମ ଓ ନିଯୁକ୍ତି ବିବାଦ ,ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତର ହୋଇପାରିବ । ଲୋକ ଅଦାଲତରେ ମକଦ୍ଦମା, ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ କରିବାକୁ ପଡେନାହିଁ ଏବଂ ଲୋକ ଅଦାଲତର ରାୟ ବୈଧ ଓ ଚୁଡାନ୍ତ ଅଟେ । ଦୀର୍ଘଦିନ ଧରି ଚାଲୁଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସମ୍ପର୍କରେ ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ,ବଲାଙ୍ଗିର ଓ ତାଲୁକ ଆଇନ ସେବା କମିଟି ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି ,ଲୋଇସିଂହା, ସଇଁତଳା ଓ ମୁରିବାହାଲ ସହ ଯୋଗାଯୋଗ କରିବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ଦିଆଯାଉଛି ।

Leave A Reply

Your email address will not be published.